32.9 C
Balāngīr
Tuesday, July 15, 2025

ହାଣ୍ଡିଆ ନ ଦେବାରୁ ମହିଳାଙ୍କୁ ହତ୍ୟା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୦୨/୦୯) : ହାଣ୍ଡିଆ ଆଣି ନ ଦେବାରୁ ମହିଳାଙ୍କୁ ଘରୁ ଘୋଷାଡ଼ି ଆଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଏପରି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ ନିଆଳିଝରଣ ଗାଁରେ ।

ମୃତ ମହିଳା ଜଣଙ୍କ ହେଲେ ସାଲେକ ହେମ୍ବ୍ରମ । ଗତକାଲି ରାତିରେ ସାଲେକଙ୍କ ସ୍ୱାମୀ ଗାଁ’ର ଏକ ଭୋଜିକୁ ଯାଇଥିଲେ। ଘରେ ସାଲେକ ଓ ତାଙ୍କୁ ଶାଶୁ ଥିଲେ । ଏହି ସମୟରେ ଜଣେ ବ୍ୟକ୍ତି ଆସି ସାଲେକଙ୍କୁ ହାଣ୍ଡିଆ ମାଗିଥିଲେ। ସାଲେକ ହାଣ୍ଡିଆ ଦେବାକୁ ମନା କରିଥିଲେ । ବ୍ୟକ୍ତି ଜଣଙ୍କ ଉତ୍‌କ୍ଷିପ୍ତ ହୋଇ ସାଲେକଙ୍କୁ ଘରୁ ଘୋଷାଡ଼ି ଆଣି ହତ୍ୟା କରିଥିବା ତାଙ୍କ ଶାଶୁ ଅଭିଯୋଗ କରିଛନ୍ତି । ଘସିପୁରା ଥାନା ପୁଲିସ ଓ ଓସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରୁଛି । ତେବେ ବ୍ୟକ୍ତି ଜଣଙ୍କ କିଏ ଓ କାହିଁକି ସାଲେକଙ୍କୁ ହତ୍ୟା କଲେ ତାର କାରଣ ଜଣାପଡ଼ି ନାହିଁ । ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...