32.9 C
Balāngīr
Wednesday, April 30, 2025

ହୋଲିରେ ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ବିଭତ୍ସ ହତ୍ୟା, ଘରୁ ଡାକିନେଇ ହତ୍ୟା କଲା ଦୁବୃର୍ତ

Must read

ସମ୍ବଲପୁର, (୧୬/୦୩) : ଆ.ପ୍ର. : ସମ୍ବଲପୁରରେ ଯୁବକଙ୍କୁ ବିଭତ୍ସ ହତ୍ୟା । ଘରୁ ଡାକିନେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।

ମୃତ ଯୁବକ ଜଣକ ହେଉଛନ୍ତି ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀର ଆଦିତ୍ୟ ସାଲମା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ମୁତାବିକ ଆଦିତ୍ୟ ଶନିବାର ହୋଲି ଖେଳୁଥିବା ବେଳେ କିଛି ଯୁବକ ଆସି ତାଙ୍କୁ ଘରୁ ଡାକିନେଇଥିଲେ । ଏହା ପରେ ଘର ନିକଟରେ ଥିବା ହନୁମାନ ମନ୍ଦିର ପାଖରେ ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରିବା ପରେ ସେଠାରୁ ଫେରାର ମାରିଥିଲେ । ତେବେ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ସଦର ମେଡିକାଲକୁ ନେଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ସେପଟେ ଘଟଣାପରେ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖିବାକୁ ମିଳିଛି । ଦିନ ଦ୍ୱିପ୍ରହରରେ ରଙ୍ଗ ଖେଳ ଚାଲିଥିବା ବେଳେ ଏହି ହତ୍ୟାକାଣ୍ଡ କିପରି ହେଲା ସେନେଇ ପୋଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ଉଠାଇ ଉତ୍ତେଜନା କରିଛନ୍ତି ସ୍ଥାନୀୟ ଲୋକେ । ସୁରକ୍ଷାକୁ ଦୃଷ୍ଟିରେ ରଖି ମେଡିକାଲରେ ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି । ପୋଲିସ ମଧ୍ୟ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ ସାହୁଳ ସିଂଙ୍କୁ ଗିରଫ କରିଛି । ଏନେଇ ଅତିରିକ୍ତ ଏସପି ଅଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...