ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୮/୦୨) : ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି ।
ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କ୍ୟାବିନେଟ ବୈଠକରେ ଅନ୍ତୋଦୟ ଗୃହ ଯୋଜନାକୁ ମୋହର ମରାଯାଇଛି। ଏହି ଯୋଜନାରେ ରାଜ୍ୟ ସରକାର ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଯୋଗାଇଦେବେ । ହିତାଧିକାରୀଙ୍କୁ ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ। କୌଣସି ହିତାଧିକାରୀ ୪ ମାସରେ ଘର ସାରିଲେ ୨୦ ହଜାର ବୋନସ ଦେବେ ସରକାର। ସେହିପରି ୬ ମାସରେ ସାରିଲେ ୧୦ ହଜାର ଟଙ୍କା ବୋନସ ମିଳିବ। ରାଜ୍ୟ ସରକାର ଏହି ଯୋଜନାରେ ୭୫୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।
ଫୁଟବଲ, କ୍ରିକେଟ, ଆଥ୍ଲେଟ୍, ଅନ୍ୟାନ୍ୟ ଖେଳ ପାଇଁ ସୁବିଧା ରହିବ । ଆସନ୍ତା ୫ ବର୍ଷରେ ୪୧୨୪ କୋଟି ବ୍ୟୟରେ ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟ ନିଷ୍ପତ୍ତି ହୋଇଛି । ରାଜ୍ୟରେ ଏକୀକୃତ ପେନସନ ଯୋଜନାକୁ ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି । Nps ରେ ଥିବା ଅଧିକାରୀ ମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ ।
୩ ଲକ୍ଷ ୩୩ ହଜାର ଅଧିକାରୀ ମାନେ ସେମାନେ ସ୍ଥିର କରିବେ nps କି ups ରେ ରହିବେ । ରାଜ୍ୟରେ ଏକିକୃତ ପେନସନ ଯୋଜନାକୁ ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି. Nps ରେ ଥିବା ଅଧିକାରୀ ମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ।
ରାଜ୍ୟରେ ଡ୍ୟାମ ଗୁଡିକର ପୁନଃବ୍ୟାସ ଏବଂ ଉନ୍ନତିକରଣ ପାଇଁ ୧୦୬୬ କୋଟି ଖର୍ଚ୍ଚ କରିବେ । ହୀରାକୁଦ ଡ୍ୟାମ ମରାମତି ଏବଂ ଉନ୍ନତିକରଣ ପାଇଁ ୩ଟି ପ୍ରକଳ୍ପ କାର୍ଯ୍ୟ ହେବ । ଆସନ୍ତା ୬ ବର୍ଷରେ ଏହି କାମକୁ ସଂପୂର୍ଣ୍ଣ କରାଯିବ ।