32.9 C
Balāngīr
Wednesday, April 30, 2025

୧୨ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସିଡିପିଓ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୨୮/୧୧) : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ । ତାଙ୍କଠାରୁ ୧୨ ହଜାର ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ

ଏକ ଅଙ୍ଗନବାଡ଼ି କେନ୍ଦ୍ରର କର୍ମଚାରୀଙ୍କ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ ୧୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ଉକ୍ତ କର୍ମଚାରୀ ଭିଜିଲାନ୍ସକୁ ଜଣାଇଥିଲେ । ଭିଜିଲାନ୍ସର ଯୋଜନା ପ୍ରକାରେ ଆଜି ଉକ୍ତ କର୍ମଚାରୀ ଜଣଙ୍କ ସିଡିପିଓ ସନ୍ଧ୍ୟାରଣୀ ପାଣିଗ୍ରାହୀଙ୍କୁ ତାଙ୍କ ଅଫିସରେ ୧୨ ହଜାର ଟଙ୍କା ଦେଇଥିଲେ । ସିଡିପିଓ ଲାଞ୍ଚ ଅର୍ଥ ଗ୍ରହଣ କରିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଥିଲା ।

ସିଡିପିଓ ସନ୍ଧ୍ୟାରଣୀ ପାଣିଗ୍ରାହୀ ଲାଞ୍ଚ ନେଇ ଧରାପଡ଼ିବା ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ତିନିଟି ଠିକଣାରେ ଚଢ଼ାଉ କରାଯାଇଛି । ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି । ଏହି ଘଟଣାରେ ଭିଜିଲାନ୍ସର ତଦନ୍ତ ଜାରି ରହିଛି ।

 

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...