32.9 C
Balāngīr
Friday, April 25, 2025

୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଉଦଯାପିତ : ଯାତ୍ରା ସାରି ମନ୍ଦିର ଫେରିଲେ ମା ‘ଦକ୍ଷିଣକାଳୀ

Must read

ରାଇକିଆ, (୧୪/୦୪) : ଆପ୍ର : କନ୍ଧମାଳ ଜିଲ୍ଲା ରାଇକିଆ ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି lWhatsApp Image 2025 04 14 at 16.59.15 ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଉଦଯାପିତ : ଯାତ୍ରା ସାରି ମନ୍ଦିର ଫେରିଲେ ମା ‘ଦକ୍ଷିଣକାଳୀ

ଏହି ପରିପ୍ରେକ୍ଷୀରେ ରାଇକିଆ ମେରୁ ଯାତ୍ରା ସ୍ଥାନୀୟ ମା’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ । ବିଭିନ୍ନ ଅଞ୍ଚଳର ପ୍ରତ୍ୟେକ କାଳୀ ମନ୍ଦିରରେ ହଜାର ହଜାର ମାନସିକ ଧାରୀ ଙ୍କ ଉପସ୍ଥିତିରେ ଏହି ମେରୁଯାତ୍ରା ଅନୁଷ୍ଠିତ ହୋଇଥିଲା । ଧୂଳିଦଣ୍ଡ ସମାପ୍ତ ପରେ ଜଳ ଘାଟରେ କାଳୀଙ୍କ ପୂଜା ହୋଇଥିଲା। ସମସ୍ତ ଶୈବପୀଠ ଝାମୁ ଯାତ୍ରା ସ୍ଥାନ ସଜେଇ ହୋଇ ସମଗ୍ର ଅଞ୍ଚଳ ଗୁଡ଼ିକ ଆଧ୍ୟାତ୍ମିକ ପରିବେଶରେ ଉତ୍ସବ ମୁଖର ହୋଇଉଠିଛି । ଆମ୍ବ ପେନ୍ଥା କଦଳୀ କାନ୍ଦି, ଫୁଲମାଳରେ ଝାମୁ ମେରୁ ଖୁଣ୍ଟ ସଜେଇ ହୋଇ ଦୀପ, ଧୂପ,ଚନ୍ଦନ,ସିନ୍ଦୂର ରେ ଝଲସୁଛି । ଦଣ୍ଡଭକ୍ତ ଓ ହବିସ୍ୟାଳି ଭକ୍ତି ଓ ମାନସିକ ମାନେ ଭାବପୂର୍ଣ୍ଣ ଭକ୍ତିରେ ଏହି ବ୍ରତକୁ ପାଳନ କରୁଛନ୍ତି l

ସମସ୍ତ ପୀଠରେ ପ୍ରବଳ ଭିଡ଼ ହୋଇଥିବା ଦେଖିବାକୁ ମିଳିଛି । ଭୁକ୍ତା ଓ ଗୁହାରିଆ ମାନଙ୍କର ମାନସିକ ପୂରଣ ହୋଇଥିବାରୁ ସେମାନେ ମା’ଙ୍କୁ ଦାନ ଦେଇଥିଲେ । ମାନସିକ ଧାରୀମାନେ ନିଜର ମାନସିକ ପୂରଣ କରିବା ପାଇଁ ଜଳ ଲାଗି କରିବା ପରେ ପୂଜା କାର୍ଯ୍ୟ ସମାପ୍ତ ହୋଇଥିଲା । ଏହା ପରେ ମେରୁ ଯଜ୍ଞ ସ୍ଥଳରେ ଦଣ୍ଡଯାତ୍ରାର ପୂଜକଙ୍କୁ ମେରୁ ଖୁଣ୍ଟରେ ଝୁଲେଇ ଦେଇ ଯଥାରିତି ସହକାରେ ପୂଜାର୍ଚ୍ଚନା କରାଯାଇଥିଲା । ଶେଷରେ ମନ୍ଦିର କମିଟି ଆନୁକୂଲ୍ୟରେ ଭୋଗ ଏବଂ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ମନ୍ଦିର ପରିସରରେ ପ୍ରବଳ ଗହଳି କୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି ଓ ସ୍ଥାନୀୟ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...