32.9 C
Balāngīr
Friday, April 25, 2025

୧୫ ବର୍ଷ ରୁ କମ୍ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ର ଦ୍ଵିତୀୟ ଦିବସ ଖେଳ ଅନୁଷ୍ଠିତ

Must read

ସୁବର୍ଣ୍ଣପୁର, (୦୮/୦୪) : ଆ.ପ୍ର : ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ର ଦ୍ଵିତୀୟ ଦିବସ ଖେଳ ଅନୁଷ୍ଟିତ ହୋଇ ଯାଇଛି l

ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା, ଯୁବ କ୍ରୀଡା ବିଭାଗ ଓଡ଼ିଶା ସରକାର ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ଟର୍ଣ୍ଣlମେଣ୍ଟ କୁ ମୁଖ୍ୟ ଅତିଥି ଭାବରେ ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଋଷି ମାଝୀ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା ସୁଚନା ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର, ସାମ୍ୱାଦିକ ବିବେକା ନନ୍ଦ ମିଶ୍ର ଯୋଗ ଦେଇ ଦିବସର ଖେଳକୁ ଶୁଭାରମ୍ଭ କରିଥିଲେ । ଜିଲ୍ଲାର ସମସ୍ତ ବ୍ଳକରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେବାକୁ ଥିବା ବେଳେ ଆଜି ବି.ଏସ.ଏ ଉଲୁଣ୍ଡା ଓ ରାମଜୀ କ୍ଲବ୍ ନିମ୍ନା ମଧ୍ୟରେ ପ୍ରଥମ ମ୍ୟାଚ ଓ ରମଧୁନ-ଏ ଓ ରାମ ଧୂନ୍- ବି ମଧ୍ୟରେ ଦ୍ଵିତୀୟ ମ୍ୟାଚ ଅନୁଷ୍ଠିତ ହୋଇଛି l

ତୃତୀୟ ମ୍ୟାଚ୍ ରାମ ଧୂନ୍- ସି ଓ ରାମ ଧୂନ୍- ଡି ମଧ୍ୟରେ ଅନୁଷ୍ଟିତ ହୋଇଥିଲା l ପ୍ରଥମ ମ୍ୟାଚରେ ୧-୦ ଗୋଲରେ ନିମ୍ନl ଦଳ ବିଜୟୀ ହୋଇଥିବା ବେଳେ ଦ୍ଵିତୀୟ ମ୍ୟାଚରେ ରାମଧୁନ- ବି ଦଳ ୨-୦ ଗୋଲ୍ ଓ ତୃତୀୟ ମ୍ୟାଚରେ ରାମ ଧୂନ୍-ସି ଦଳ ୧-୦ ଗୋଲରେ ବିଜୟୀ ହୋଇଛି l ପ୍ରଥମ ମ୍ୟାଚକୁ ସଞ୍ଜୀବ ସାହୁ ମୂଖ୍ୟ ରେଫରି ଭାବେ ସହଯୋଗୀ ରେଫରି ଭାବେ ପ୍ରଶାନ୍ତ ସେଠି, ନରେଶ ମାଝୀ ଓ ଶ୍ରବଣ ବିଶ୍ଵାଳ ଫୋର୍ଥ ଅଫିସିଆଲ୍ ଭାବେ ଖେଳ ପରିଚାଳନା କରିଥିବା ବେଳେ ଦ୍ଵିତୀୟ ଓ ତୃତୀୟ ମ୍ୟାଚକୁ ଅନିଲ ଭୋଇ ମୁଖ୍ୟ ରେଫରୀ ଭାବେ ଏବଂ ରାଜେଶ ଥନlପତି , ଅନିତା ମହାକୁଡ ସହଯୋଗୀ ଓ ସଞ୍ଜୀବ ସାହୁ ଫୋର୍ଥ ଅଫିସିଆଲ୍ ଭାବେ ଖେଳ ପରିଚାଳନା କରିଥିଲେ l

ଦିଗାମ୍ୱର ଶତପଥି ଅତିଥି ପରିଚୟ କରି ଖେଳର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l ଜିଲ୍ଲା କ୍ରିଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡାଙ୍କ ତତ୍ୱାଵଧାନରେ ଅନୁଷ୍ଟିତ ଏହି ଖେଳରେ ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ।ଶେଷରେ ଅତିଥି ବୃନ୍ଦ ଖେଳାଳୀଙ୍କୁ ପୁରସ୍କୃତ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...