32.9 C
Balāngīr
Saturday, July 12, 2025

୧୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୨/୦୮) : ଆସନ୍ତାକାଲିଠୁ ବଢିବ ବର୍ଷା । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।

ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି । ସେହି ସବୁ ଜିଲ୍ଲା ଗୁଡ଼ିକ ହେଲା – ବାଲେଶ୍ଵର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୟୁରଭଞ୍ଜ । ସେହିପରି ଆସନ୍ତାକାଲିଠୁ ବଢିବ ବର୍ଷା । ବିଶେଷକରି ମୟୁରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୪ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା,ବରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୧୮ ତାରିଖକୁ ବଦଳିବ ପାଗ । କମିବ ବର୍ଷା । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ ରୁ ଏଯାବତ ୬୩୪. ୯ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୯ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ୬୯୮.୪ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବାବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...