32.9 C
Balāngīr
Tuesday, July 15, 2025

୧୯ରୁ ୪ ଦିନ ବର୍ଷା !

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ଵର, (୧୭/୦୨) : ପଶ୍ଚିମା ଝଡ ପ୍ରଭାବରେ ଫେବୃଆରୀ ୧୯ରୁ ୪ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

୧୯ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ବାଲେଶ୍ଵର ଜିଲ୍ଲାର କିଛି ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଦେବଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ବାଲେଶ୍ଵର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନ୍ୟପକ୍ଷରେ ଫେବୃଆରୀ ଦ୍ଵିତୀୟ ସପ୍ତାହରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରବିବାର ୮ ସହରରେ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି । ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ରାତି ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

 

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...