32.9 C
Balāngīr
Friday, April 25, 2025

୧୯ ଯାଏ ଲାଗି ରହିବ କାଳବୈଶାଖୀ ବର୍ଷା, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Must read

ଭୁବନେଶ୍ୱର, (୧୬/୦୪) : ଆପ୍ର. : ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି । ୧୯ ତାରିଖ ଯାଏ ଲାଗି ରହିବ ବିଜୁଳି, ଘଡ଼ଘଡ଼ି ସହ ବର୍ଷା

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୨ ଜିଲ୍ଲା ରାୟଗଡା ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ବିଜୁଳି, ଘଡ଼ଘଡ଼ି, କୁଆପଥର ମାଡ଼ ସହ ଘଣ୍ଟାପ୍ରତି ୫୦ରୁ ୬୦ରୁ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମାଝଡ଼ ସହ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଠାରୁ ସଂଲଗ୍ନ ପାର୍ଶ୍ବବର୍ତ୍ତୀ ଅଞଳକୁ ବ୍ୟାପି ରହିଛି । ଆଗାମୀ ୩ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହା ପରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...