32.9 C
Balāngīr
Sunday, July 20, 2025

୨୫ରେ ଲଘୁଚାପ : ବର୍ଷାରେ ଭିଜିବ ରଥଯାତ୍ରା, ୨୮ ଯାଏଁ ପ୍ରବଳ ବର୍ଷା

Must read

ଭୁବନେଶ୍ୱର, (୨୪/୦୬) : ଆପ୍ର. : ୨୫ରେ ଲଘୁଚାପ, ବଢ଼ିବ ବର୍ଷା । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଛି । ଆଜି ରାୟଗଡ଼ା କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ନାୟଗଡ଼ ଓ ଢେଙ୍କାନାଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏଥିସହ ଗଞ୍ଜାମ, ରାୟଗଡ଼ା, ଗଜପତି, ମାଲକାନଗିରି ଓ କୋରାପୁଟର କିଛି ଜାଗାରେ ପ୍ରବଳ ବର୍ଷା ହୋଇପାରେ । ଆଗାମୀ ୩-୪ ଦିନ ଓଡ଼ିଶାରେ ବିଭିନ୍ନ ଜିଲ୍ଲା ମାନଙ୍କରେ ଭାରି ବର୍ଷା ସମ୍ଭାବନା ରହିଛି ।

ସୂଚନା ମୁତାବକ, ୨୫ ତାରିଖରୁ ବର୍ଷାର ପରିମାଣ ସାମାନ୍ୟ ବଢ଼ିପାରେ । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର କିଛି କିଛି ସ୍ଥାନରେ ୨୫ ତାରିଖ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଅବଶିଷ୍ଟ ଓଡ଼ିଶା ପାଇଁ ୟେ‌ଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ଦିନ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିଭଳି ଭାବେ ରାଜ୍ୟରେ ୨୮ ତାରିଖ ଯାଏ ବର୍ଷା ଜାରି ରହିବ । ୨୫ ଓ ୨୬ ତାରିଖରେ ଓଡ଼ିଶା ଉପକୂଳ ତଥା ଏହାର ସଂଲଗ୍ନ ଅଞ୍ଚଳରେ ୩୫-୪୫ କିମିରୁ ୫୫ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ସମୁଦ୍ର ଅଶାନ୍ତ ହେବାର ସମ୍ଭାବନା ରହିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...