32.9 C
Balāngīr
Friday, April 25, 2025

୪୦ କେଜି ଗଞ୍ଜେଇ ସହ କାର ଜବତ, ୧ ଗିରଫ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୨/୦୧) : ଗଞ୍ଜେଇ ଚୋରା ଚାଲାଣ ବେଳେ ସୋନପୁର ପୁଲିସ ୪୦ କେଜି ଗଞ୍ଜେଇ ଜବତ କରିବା ସହ ଜଣକୁ ଗିରଫ କରିଛି l

ଏଥିସହ ଗଞ୍ଜେଇ ଚୋରାଚାଲାଣରେ ବ୍ୟବହୃତ କାର ( ନମ୍ବର OD 15 ଜି O442) କୁ ଜବତ କରିଛି l ଗିରଫ ଅଭିଯୁକ୍ତ ହେଲେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ମାଳତିଗୋଛାପଡା ର ସୁଧୀର ସାହୁ ( 25) l ସୋନପୁର ପୁଲିସ ତେଲନଦୀ ବ୍ରିଜ ପାଖରେ ପାଟ୍ରୋଲିଙ୍ଗ କରୁଥିବା ସମୟ ରେ ମନମୁଣ୍ଡା ପଟରୁ ସୋନପୁର କୁ ଆସୁଥିବା ଏକ କାର କୁ ଅଟକାଇ ଯାଞ୍ଚ କରିଥିଲେ l ଯାଞ୍ଚ ରେ ଉକ୍ତ କାର ରୁ ଗଞ୍ଜେଇ ବାହାରିଥିଲା l

ସେଠାରେ ପୁଲିସ ଗଞ୍ଜେଇ ସହ କାର କୁ ଜବତ କରିବା ସହ ଅଭିଯୁକ୍ତ ସୁଧୀର କୁ ଗିରଫ କରି ଥାନା କୁ ଆଣିଥିଲା l ଏ ନେଇ ସୋନପୁର ପୁଲିସ ଥାନାରେ କେସ ନମ୍ବର 29/30/01/2025 U/s -20( b)(ii)( c)/2025 NDPS act ରେ ମାମଲା ରୁଜୁ କରି ଅଭିଯୁକ୍ତ କୁ କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି l

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...