32.9 C
Balāngīr
Friday, June 13, 2025

୪୨ ଡିଗ୍ରୀ ଛୁଇଁପାରେ ତାପମାତ୍ରା, ସକାଳ ସାଢେ ୮ଟା ସୁଦ୍ଧା ୩୪.୪ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ପୁରୀ

Must read

ଭୁବନେଶ୍ୱର, (୦୪/୦୬) : ଆପ୍ର. : ଅସମ୍ଭାଳ ତାତିରୁ ମିଳିବନି ନିସ୍ତାର । ୨ରୁ ୩ ଡିଗ୍ରୀ ବଢିପାରେ ପାରଦ । ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛି ଜନଜୀବନ ।

ଆଜିଠୁ ଆହୁରି ଜାଳିବ । ୪୨ ଡିଗ୍ରୀ ଛୁଇଁପାରେ ତାପମାତ୍ରା । ଆଜି ସକାଳ ସାଢେ ୮ଟା ସୁଦ୍ଧା ୩୪.୪ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ପୁରୀ । ବାଲେଶ୍ବରରେ ୩୩, ଚାନ୍ଦବାଲିରେ ୩୨.୮, ଭୁବନେଶ୍ବରରେ ୩୨, ଗୋପାଳପୁରରେ ୩୧.୮ ଓ ପାରାଦ୍ବୀପରେ ୩୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ ତିନି ଦିନ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଓଡ଼ିଶାରେ ଗରମ ଓ ଆର୍ଦ୍ରତା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି । ଆଜି ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ ।

ରାଜ୍ୟର ଅନ୍ୟ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ବାଲେଶ୍ବର, ଭଦ୍ରକ, ଗଜପତି, ଜଗତସିଂହପୁର, ପୁରୀ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଗରମ ଓ ଆର୍ଦ୍ରତା ପାଇଁ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାକୁ ଅଗ୍ରସର ହେବା ପରେ ନିଷ୍କ୍ରିୟ ରହିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...