32.9 C
Balāngīr
Thursday, July 10, 2025

୪ ଦିନ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Must read

ଭୁବନେଶ୍ୱର, (୦୧/୦୭) : ଆପ୍ର. : ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ଜାରି । ୪ ଦିନ ପ୍ରବଳ ବର୍ଷିବ।

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ରହିଛି । ଏହା ଆଗାମୀ ୨ ଦିନ ମଧ୍ୟରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୬ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୋନପୁର, ଅନୁଗୁଳ ଓ ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବର୍ଷା ସମୟରେ ପବନର ବେଗ ଅଧିକ ରହିବା ସମ୍ଭାବନା ଥିବାରୁ ମାଟି ଘର ଓ ତଳିଆ ଅଞ୍ଚଳରେ ଥିବା ଘରଗୁଡିକ କ୍ଷତିଗ୍ରସ୍ତ ହେବା ଆଶଙ୍କା କରାଯାଇଛି । ଏଥିପାଇଁ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ୨ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...