32.9 C
Balāngīr
Friday, April 25, 2025

୪ ଦିନ ଯାଏ କାଳବୈଶାଖୀ ଚେତାବନୀ, ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Must read

ଭୁବନେଶ୍ୱର, (୧୨/୦୪) : ଆପ୍ର. : ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ଚେତାବନୀ । ବିଜୁଳି ଓ ଘଡ଼ଘଡ଼ି ପାଇଁ ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, କଟକ, ପୁରୀ ସମେତ ଏହି ୧୦ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

.ଆସନ୍ତା ୧୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ତେବେ ୪ ରୁ ୫ ଦିନ ଯାଏ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ବର୍ଷା ହୋଇଥିବା ହୋଇଥିବା ବେଳେ ମୟୁରଭଞ୍ଜ କରଞ୍ଜିଆ ରେ ୬୮.୦୦ ମିମି ସର୍ବାଧିକ ବର୍ଷା ସମ୍ଭାବନା ରହିଛି । ସେହିପରି ସର୍ବାଧିକ ତାପମାତ୍ରା ବଲାଙ୍ଗୀରରେ ୪୦.୮ ଡିଗ୍ରୀ ରେକର୍ଡ କାରାଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...