32.9 C
Balāngīr
Wednesday, April 23, 2025

୫୦ ଫୁଟ ତଳକୁ ଖସିଲା ଟ୍ରକ୍‌, ରେଲୱେ ଟ୍ରାକ୍ ଉପରେ କଚାଡ଼ି ହେଲା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୩୦/୧୨) : କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଗୁରୁବେଡ଼ା ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

ଏକ ହାଇୱା ଟ୍ରକ୍ ଭାରସାମ୍ୟ ହରାଇ ୫୦ ଫୁଟ ତଳକୁ ଖସି ରେଳ ଟ୍ରାକ୍ ଉପରେ ପଡ଼ିଲା । ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଟ୍ରକ୍ ଭିତରେ ଦୀର୍ଘ ସମୟ ଧରି ଚାପି ହୋଇ ରହିଥିଲେ । ସୂଚନା ପାଇ, ବାମେଵାରୀ ପୁଲିସ୍ ଓ ରେଳ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିବା ପରେ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଧ ଘଣ୍ଟାର ପରିଶ୍ରମ ପରେ କଟରରେ କାଟି ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲା ଅଗ୍ନିଶମ ବାହିନୀ ।

ଆହତ ଡ୍ରାଇଭର ଝାଡ଼ଖଣ୍ଡ କୋଡରମା ଅଞ୍ଚଳର ସଞ୍ଜୟ ୟାଦବଙ୍କୁ ଯୋଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତାଙ୍କର ଦୁଇଟିଯାକ ଗୋଡ଼ ଭାଙ୍ଗିଯାଇଥିବା ଜଣାଯାଇଛି । ତେବେ ରେଲୱେ ଟ୍ରାକ ଉପର ଦେଇ ଯାଇଥିବା ୨୫ ହଜାର ଭୋଲ୍ଟ ତାରକୁ ଡେଇଁ ଟ୍ରକଟି ଖସିଥିବା ବେଳେ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଛି । ଟ୍ରକଟି ରେଲୱେ ଟ୍ରାକରେ ପଡ଼ିଥିବା କାରଣରୁ ବାଂଶପାଣି – ଜରୋଳି ରୁଟ୍ ରେ ଟ୍ରେନ୍ ଚଳାଚଳ ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି । ଟ୍ରକକୁ ହଟାଇ ରେଳ ଚଳାଚଳ ସ୍ୱାଭାବିକ କରିବା ପାଇଁ ଉଦ୍ୟମ ଚଳାଇଛି ରେଳ ବିଭାଗ ।

 

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...