32.9 C
Balāngīr
Wednesday, April 23, 2025

୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ – ୨୦୨୫

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୨୨/୦୨) : ଆଜି କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ – ୨୦୨୫ ଶୁଭାରମ୍ଭ ହୋଇଯାଇଛି ।

ଶ୍ରୀ ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ, ଗୁଇନ୍ଦା, ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଥିଲେ । ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା ସୃଷ୍ଟି କରିଥାଏ। ଏଭଳି ଚାମ୍ପିୟନସିପ ପୋଲିସ ଅଧିକାରୀ/ କର୍ମଚାରୀଙ୍କ ଆତ୍ମବିଶ୍ଵାସ ବୃଦ୍ଧି, ଅନୁଶାସନ ତଥା କର୍ତ୍ତବ୍ୟ ପ୍ରତି ଉତ୍ସର୍ଗୀକୃତ ମନୋଭାବ ବୃଦ୍ଧି ପାଇଥାଏ ବୋଲି ଗୁଇନ୍ଦା ନିର୍ଦେଶକ ଶ୍ରୀ କୋଚେ ମତବ୍ୟକ୍ତ କରିଥିଲେ । ରାଜ୍ୟ, ଜିଲ୍ଲା, ରେଞ୍ଜ ସ୍ତରର ଖେଳାଳିମାନେ ଏହି ଟୁର୍ନାମେଣ୍ଟରେ ସାମିଲ ହୋଇଥିବାରୁ ପରସ୍ପର ମଧ୍ୟରେ ଉତ୍ତମ ସମ୍ମନ୍ଵୟ ସୃଷ୍ଟିହେବ ବୋଲି ମଧ୍ୟ ସେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଚାମ୍ପିୟନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ସେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ମଧ୍ୟ ଧନ୍ଯବାଦ ଜଣାଇଥିଲେ।

ଏହି ଚମ୍ପିୟାନସିପରେ ସାରା ରାଜ୍ୟର ବିଭିନ୍ନ ରେଞ୍ଜ ଏବଂ ବାଟାଲିୟନରୁ ୪୧ ଟି ପୋଲିସ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୭୯୭ ଜଣ ଖେଳାଳି ସାମିଲ ହୋଇଛନ୍ତି। ୬୬୫ ଜଣ ପୁରୁଷ ଓ ୧୩୨ ଜଣ ମହିଳା ଏହି ଚାମ୍ପିୟନସିପରେ ସାମିଲ ହୋଇଛନ୍ତି । ଏହି ପ୍ରତିଯୋଗିତା ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଡିଆଇଜି( କେନ୍ଦ୍ରାଞ୍ଚଳ) ଶ୍ରୀ ଚରଣ ସିଂ ମୀନା ଏବଂ କଟକ ଡିସିପି ଶ୍ରୀ ଜଗମୋହନ ମୀନା, ଷଷ୍ଠ ବାଟାଲିୟନ କମାଣ୍ଡାଣ୍ଟ ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ( କାର୍ମିକ) ଶ୍ରୀ ଏସ. ପ୍ରବୀଣ କୁମାର, ଏଆଇଜି ( ମୁଖ୍ୟାଳୟ) ଶ୍ରୀ ସୁରେଶ କୁମାର ନାଏକଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...