32.9 C
Balāngīr
Tuesday, July 15, 2025

୭୬ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୯/୧) : ରାୟଗଡା ସହର ସ୍ଥିତ ସାଇପ୍ରିୟା ନଗର ଠାରେ ଥିବା ସାଇପ୍ରିୟା ୱେଲଫର ଟ୍ରଷ୍ଟ କାର୍ଯ୍ୟାଳୟରେ ସାଇପ୍ରିୟା ନଗର ନିକଟ ଅଞ୍ଚଳରେ ଥିବା ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା l

ଟ୍ରଷ୍ଟର ସମ୍ପାଦକ ଶ୍ରୀ ଦୟାନନ୍ଦ ଖାଡ଼ଙ୍ଗାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଶାନ୍ତ କୁମାର ପଟ୍ଟନାୟକ ଓ ଶ୍ରୀମତୀ ସସ୍ମିତା ମହାନ୍ତି ଯୋଗଦେଇ ସାଧାରଣତନ୍ତ୍ର କାହିଁକି ପାଳନ କରାଯାଏ ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଠାରେ ଉପସ୍ଥାପନ କରିଥିଲେ l ଏହି ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟର ପ୍ରାୟ ୨୫ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ l ଏହି ପ୍ରତିଯୋଗିତାରେ ଛାତ୍ରୀ ଦୀକ୍ଷିତା ଭଲ୍କି ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଗାୟତ୍ରୀ କୁମ୍ଭାର ଦ୍ଵିତୀୟ ଓ ଛାତ୍ରୀ ସୁଜାତା ନାୟକ ତୃତୀୟ ସ୍ଥାନ ଅଧିକାର କରିଥିଲେ l

ନିମନ୍ତ୍ରିତ ଅତିଥିଙ୍କ ଦ୍ୱାର କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରିଥିବା ବେଳେ ଭାଗ ନେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ସ୍ଵନ୍ତନା ମୂଳକ ପୁରସ୍କାର ବିତରଣ କରାଯାଇଥିଲା l ଏହିଅ ବସରରେ ଟ୍ରଷ୍ଟର ସଭ୍ୟ ଟି . ଏନ .ରାଓ ,ମହାଶ୍ୱେତା ପାଣିଗ୍ରାହୀ ,ଅରୁଣ କୁମାର ସାହୁ ଯୋଗଦେଇ ପରିଚାଳନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...