32.9 C
Balāngīr
Monday, April 28, 2025

୯୦ କେଜି ଗଞ୍ଜେଇ ଜବତ : ଚାରିଜଣ ଯୁବକ ଗିରଫ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୨୦/୧୨) : ୯୦ କେଜି ଗଞ୍ଜେଇ ଜବତ କଲା ଗଞ୍ଜାମ ପୋଲିସ। ଏହାସହିତ ଦୁଇଟି ବାଇକ ଏବଂ ଚାରିଜଣ ଯୁବକଙ୍କୁ ମଧ୍ୟ ଗିରଫ କରିଛି ପୋଲିସ ।

ତେବେ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପୋଲିସ ପୋଡାମାରି ରାସ୍ତାରେ ପେଟ୍ରୋଲିଙ୍ଗ ବେଳେ ଏହି ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ତେଣୁ ପୋଲିସ ଏ ନେଇ ଅଧିକ ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ପାଟପୁର ଥାନା ପୋଲିସ ପୋଡାମାରି ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିଲା । ଏହି ସମୟରେ କିଛି ଦୁର୍ବୁତ୍ତ ଦୁଇଟି ବାଇକରେ ଦୁଇଟି ଗଞ୍ଜେଇ ବସ୍ତା ଧରି ଗଜପତି ଜିଲ୍ଲାରୁ ଆସୁଥିବା ବେଳେ ପୋଲିସର ପେଟ୍ରୋଲିଂ ହାବୁଡ଼ରେ ପଡିଯାଇଥିଲେ । ଦୃତଗତିରେ ଆସୁଥିବା ୨ ଟି ବାଇକକୁ ପୋଲିସ ଟିମ୍ ଅଟକାଇ ତଲାସୀ କରିବାରୁ ସେହି ବସ୍ତା ଭିତରୁ ୯୦ କେଜି ଗଞ୍ଜେଇ ଥିବା ଜଣାପଡିଥିଲା । ତେଣୁ ପୋଲିସ ଗଞ୍ଜେଇକୁ ଜବତ କରିବା ସହିତ ଏହି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...