32.9 C
Balāngīr
Sunday, April 20, 2025

ୱିନର୍ସ ୟୁଥ୍ କ୍ଲବର ବାର୍ଷିକୋତ୍ସବ ଅନୁଷ୍ଠିତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ରାଉରକେଲା, (୨୯/୦୧) : ସେକ୍ଟର ୧୬ ସ୍ଥିତ ୱିନର୍ସ ୟୁଥ୍ କ୍ଲବର ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।

କ୍ଲବର ମୁଖ୍ୟ ଧରଣୀ ନାୟକଙ୍କ ଆବାହକତ୍ୱରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ତଥା କବି କୁଞ୍ଜବିହାରୀ ରାଉତ, ଜିଲ୍ଲା କଂଗ୍ରେସ ସଭାପତି ରବି ରାୟ, କବୟିତ୍ରୀ ସସ୍ମିତା ପ୍ରଧାନ ଓ ଉପଦେଷ୍ଟା ସନ୍ତୋଷ ବିଶ୍ୱାଳ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଅନୁଷ୍ଠାନର ନୃତ୍ୟ, ସଂଗୀତ ଓ ଖେଳକୁଦ ପ୍ରତି ଥିବା ପ୍ରତିବଦ୍ଧତାକୁ ପ୍ରଶଂସା କରିବା ସହ ଛୋଟ ଛୋଟ ପିଲାମାନଙ୍କ ମଧ୍ୟରେ ଥିବା ଆଭ୍ୟନ୍ତରୀଣ ପ୍ରତିଭାକୁ ଲୋକଲୋଚନରେ ଆଣିବାରେ ସାହାଯ୍ୟ କରୁଥିବାରୁ ସାଧୁବାଦ ଦେଇଥିଲେ ।

ଏହି ଅବସରରେ ପୂର୍ବରୁ ଆୟୋଜିତ ହୋଇଥିବା ନୃତ୍ୟ, ଏକକ ନୃତ୍ୟ, ଡୁଏଟ୍, ସଂଗୀତ, ସାଇକେଲ ରେସ, ରଙ୍ଗୋଲି, ମ୍ୟୁଜିକ ଚେୟାର, ମାରାଥନ୍ ରେସ, କୌତୁକ ପୋଷାକ ଆଦି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ଏହି ଅବସରରେ ଅଲିଭା ଦୀପ ଗୃପ ତରଫରୁ ସଂଗୀତ ଧୂନ୍ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପ୍ରଭାତ ସାମଲ, ମଳୟ ବାରିକ, ରାଜେଶ ନାୟକ, ନିରଞ୍ଜନ ବାରିକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ମୁଖ୍ୟ ଧରଣୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...