ସୋନପୁର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
126
ସୋନପୁର ଜିଲ୍ଲାପାଳ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୦୩/୦୪) : ସୋନପୁର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।

ସୋନପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୪ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୨ଟି ରହିଥିବାବେଳେ ୨ଟି ସର୍ବସାଧାରଣ ଗ୍ରହଣ କରାଯାଇଛି । ତନ୍ମଧ୍ୟରୁ ୪ଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ସେହିପରି ଦୁଇ ଜଣ ଆବେଦନକାରୀ ସଖ ସୁନା ଗ୍ରାମ ସିଙ୍ଗାରି ଓ ଦୀପା ସାଗର ସୋନପୁର ମ୍ୟୁନିସିପାଲିଟି ନିବାସୀଙ୍କୁ ଯଥାକ୍ରମେ ୨ ହଜାର ଓ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁପ୍ରଦାନ ପାଇଁ ମଞ୍ଜୁର କରାଯାଇଛି ।

ବିଡିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ ଜେନା, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟାଂଶୁ ରୁଟ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।