ରାୟଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0
239

ରିପୋର୍ଟ : ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡା,(୨୩/୧୧) : ରାୟଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ | ୫୦୫ କୋଟି ୫୬ ଲକ୍ଷ ଟଙ୍କା ଅନୁଦାନର ୯୩ ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଏବଂ ୩୬୪ କୋଟି ୪୭ ଲକ୍ଷ ବ୍ୟୟ ଅଟକଳରେ ନିର୍ମିତ ୧୧୬ଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାୟଗଡ ଠାରେ ଭିଡିଓ କନ୍‍ଫେରେନ୍‍ସିଂ ମାଧ୍ୟମରେ ରାୟଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ଶୁଭାରମ୍ଭ କରିଛନ୍ତି ଜିଲ୍ଲାରେ ୨,୫୨,୧୯୧ ପରିବାରର ୮,୩୪,୫୭୦ ବ୍ୟକ୍ତି ଏହି ସ୍ୱାସ୍ଥ୍ୟ ବୀମା କାର୍ଡ ପାଇ ଉପକୃତ ହେବେ । ପ୍ରତ୍ୟେକ ପରିବାର ୫ଲକ୍ଷ ଏବଂ ଆମର ମା, ଭଉଣୀ ଦଶ ଲକ୍ଷ ପର୍ଯ୍ୟନ୍ତ ଟଙ୍କାର ଚିକିତ୍ସା ସୁବିଧା ପାଇପାରିବେ ।41102a0d e803 499b 9893 188f8b2ccddf ରାୟଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ଜୀବନ ମୋ ପାଇଁ ମୂଲ୍ୟବାନ। ମୁଖ୍ୟମନ୍ତ୍ରୀ ଜନଜାତି ଭାଇ, ଭଉଣୀ ମାନଙ୍କୁ ଉଚ୍ଚ ପ୍ରସଂସା କରି କହିଛନ୍ତି ଯେ ସେମାନେ ସରକାରଙ୍କର ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତ୍ତନ ଆଣିପାରିଛନ୍ତି । ସେହିପରି ଜିଲ୍ଲାରେ ମା ମାନେ ୪୦୦୦ ମିଶନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ଓ ନିଜକୁ ସକ୍ଷମ କରିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆଜି ରାୟଗଡ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କା ର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ରାୟଗଡ ଜିଲ୍ଲାରେ ଜଳ ସଚେତନର ସୁବିଧା ପାଇଁ ଦୁଇ ଗୋଟି ମେଗା ଲିପ୍‍ଟ ପ୍ରକଳ୍ପ ଶେଷ ହୋଇଛି ଏବଂ ଏହା ଦ୍ୱାରା ଗୁଣୁପୁର ବ୍ଲକର ୧୦ ହଜାର ହେକ୍‍ଟର ଜମିକୁ ପାଣି ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରାୟଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ୮ ଲକ୍ଷ ୩୦ ହଜାର ଲକ୍ଷ ସ୍ମାର୍ଟ କାର୍ଡ ପାଇବେ ବୋଲି ପ୍ରକାଶ କରି ଏହା ଦ୍ୱାରା ସେମାନଙ୍କର ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇପାରିବ ବୋଲି କହିଥିଲେ । ସ୍ମାର୍ଟ ହେଲ୍‍ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରରେ ସାଢେ ୩କୋଟି ଲୋକ ଉପକୃତ ହେବେ । ଏହା ଦ୍ୱାରା ଗରିବ ଲୋକମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତା ଦୂର ହେବ।86c947f7 bc5d 424c aeec bfb577273eb7 ରାୟଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମି ବାଡି ବିକିବାକୁ, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖମନ୍ତ୍ରୀ କହିଲେ ଯେ, ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ଡାକ୍ତରଖାନାରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ । ଚିକିତ୍ସା ସୁବିଧା ଏବେ ସମସ୍ତଙ୍କର ହାତ ପାଆନ୍ତାରେ ବୋଲି ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରତିଟି ଜୀବନ ତାଙ୍କ ପାଇଁ ମୂଲ୍ୟବାନ । ଚାଷୀ ହେଉ ବା ମୁଲିଆ, ରିକ୍ସା ବାଲା ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ନିଜ ଉଦବୋଧନ ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡିଶା ହେଉଛି ଏକ ମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ରୋଗୀଙ୍କ ପାଇଁ ଟେଷ୍ଟିଙ୍ଗ୍‍ ଆରମ୍ଭ କରି ଚିକିତ୍ସା ପର୍ଯ୍ୟନ୍ତ ରାଜ୍ୟ ସରକାର ବହନ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଅନୁସୂଚିତ ଜାତି ଓ ଜନଜାତି, ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକା, ରାଜ୍ୟ ସଭା ସାଂସଦ ଶ୍ରୀଯୁକ୍ତ ଏନ୍‍. ଭାସ୍କର ରାଓ, ଶ୍ରୀଯୁକ୍ତ ରାୟଗଡ ବିଧାୟକ, ମକରନ୍ଦ ମୁଦୁଲି ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କର ବିଭିନ୍ନ ଜନହିତକର କାର୍ଯ୍ୟ ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ରାଜ୍ୟର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ରୂପାନ୍ତର ଆଣିବାରେ ସକ୍ଷମ ହୋଇଛି ବୋଲି କହିଥିଲେ । ବିକାଶ ତଥା କଲ୍ୟାଣ କ୍ଷେତ୍ରରେ ଓଡିଶାକୁ ଦେଶର ଏକ ମଡେଲ୍‍ ରାଜ୍ୟ ଭାବରେ ମୁଖ୍ୟମନ୍ତ୍ରୀ ପ୍ରତିଷ୍ଠିତ କରିପାରିଛନ୍ତି ବୋଲି ସେମାନେ ମତବ୍ୟକ୍ତି କରଥିଲେ । ରାଜ୍ୟ ଚଳଚିତ୍ର ନିଗମର ଅଧ୍ୟକ୍ଷ କୁନା ତ୍ରିପାଠୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।5f8903d8 3383 48d7 9085 c13b724efbd9 ରାୟଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଏହି କାର୍ଯ୍ୟକ୍ରମରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ସୁଧୀରୀ କୁମାର ଦାସ, ବିଧାୟକ ଅତୁନ ସବ୍ୟସାଚୀ ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୂଆଲା, ରାୟଗଡ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର, ଆରକ୍ଷୀ ଅଧୀକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା,ଅନ୍ୟାନ୍ୟ ଅଧିକାରୀ ଏବଂ ଗଣ ମାଧ୍ୟମ ପ୍ରତିନିଧି ଯୋଗଦାନ କରିଥିଲେ l