ରାଜ୍ୟରେ ୮୧ ଜଣ ଡାକ୍ତର ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

0
195

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୨୫/୧୧) : ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତି ବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ୱାସ୍ଥ୍ୟସେବା (ଓଏମ୍ଏଚ୍ଏସ) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ) ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି । ଓଡିଶା ରାଜ୍ୟ ପବ୍ଲିକ୍ ସର୍ଭିସ କମିଶନଙ୍କ ମାଧ୍ୟମରେ ରାଜ୍ୟରେ ୮୧ ଟି ପଦବୀ ନିମନ୍ତେ ଅନୁସୂଚୀତ ଜାତି ଓ ଜନଜାତି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି ।

ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ରାଜ୍ୟରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଗୁଡିକରେ ଥିବା ଖାଲି ପଦ ସଂପର୍କରେ ସୂଚୀତ କରିଛନ୍ତି । ନୂଆଁ କରି ନିଯୁକ୍ତି ପାଇବାକୁ ଥିବା ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ରାଜ୍ୟରେ ୮୧ ଟି ପଦବୀରୁ ଅନୁସୂଚୀତ ଜାତି ପାଇଁ ୪୭ ଟି ଓ ଅନୁସୂଚୀତ ଜନଜାତି ପାଇଁ ୩୪ ଟି ପଦବୀ ସଂରକ୍ଷିତ ।

ଓ.ପି.ଏସ୍.ସି ଦ୍ୱାରା ପ୍ରାର୍ଥୀ କୃତକାର୍ଯ୍ୟ ହୋଇସାରିବା ପରେ ସାଧାରଣ ପ୍ରଶାସନ ବିଭାଗର ନିୟମ ଅନୁସାରେ ପ୍ରାର୍ଥୀ ମାନେ ଇ-କାଉନସେଲିଂରେ ଯୋଗ ଦେଇଥିଲେ । ଏହି ଅଧାରରେ ମେଡିକାଲ ଅଫିସର ମାନଙ୍କୁ ନିଯୁକ୍ତି ଦିଆଯିବ । ଏଥିପାଇଁ ସଂପୃକ୍ତ ପ୍ରାର୍ଥୀ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଏହି ଫଳରେ ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ହେବା ସହ ରୋଗୀ ସେବା କ୍ଷେତ୍ରରେ ଉନ୍ନତି ଆସିପାରିବ ।