ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୨୮/୧୧) : ଗଞ୍ଜାମ ରୁ ପିକ୍ ନିକ୍ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ସୂଚନା ମିଳିଛି । ଏହି ଦୁର୍ଘଟଣା ରେ ରଙ୍ଗେଇଲୁଣ୍ଡା ଅଞ୍ଚଳ ର ତିନି ଜଣ ଛାତ୍ର ଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକ ଙ୍କ ନିକଟତମ ଆତ୍ମୀୟ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ସହିତ ଦୁର୍ଘଟଣା ରେ ପିକ୍ ନିକ୍ ଯାଉଥିବା ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।