ମୋ ସ୍କୁଲ ଅଭିଯାନ ବୈଠକ ଅନୁଷ୍ଠିତ

0
168

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା
କଲ୍ୟାଣସିଂହପୁର, (୧୧/୧୨) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ର ଅତିରିକ୍ତ ଶ୍ରେଣୀଗୃହ ଠାରେ ମୋ ସ୍କୁଲ ଅଭିଯାନ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଆଚାରୀ ଶବର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ମୋ ସ୍କୁଲ ଅଭିଯାନର ସଭାପତି ଗୁଡୁଲ୍ଲା ନାଗେଶ, ଅତିରିକ୍ତ ଗୋଷ୍ଟି ଶିକ୍ଷା ଅଧିକାରୀ ବିଜୟ କୁମାର ସେଠୀ, ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଦିବ୍ୟରଞ୍ଜନ ପାଢ଼ୀ ମଞ୍ଚାସିନ ରହିଥିଲେ । ମୋ ସ୍କୁଲ ଅଭିଯାନ ମାଧ୍ୟମରେ କିପରି ବିଦ୍ୟାଳୟ ର ଉନ୍ନତି ହୋଇପାରିବ ସେ ବିଷୟରେ ଆଲୋଚନା ହୋଇଥିଲା ।

ଏହି ବିଦ୍ୟାଳୟରେ ବହୁତ ଛାତ୍ର ଛାତ୍ରୀ ମାନେ ଭଲ ପାଠ ପଢି ଉତ୍ତମ ମଣିଷ ଭାବେ ନିଜକୁ ଗଡି ତୋଳିଛନ୍ତି । ସେମାନଙ୍କ ବିଦ୍ୟାଳୟ ପ୍ରତି କିପରି ପରୋକ୍ଷ ବା ପ୍ରତ୍ୟେକ୍ଷ ଭାବରେ କିପରି ଅବଦାନ ରହିଛି ସେ ଉପରେ ଆଲୋଚନା କରାଯାଇଛି । ବିଦ୍ୟାଳୟ ର ଅଧିକ ଉନ୍ନତି ହୋଇପାରିବ ବୋଲି ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ବହୁ ପୁରାତନ ଛାତ୍ର ଓ ଗ୍ରାମର ଭଦ୍ର ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ ।