ସିଂହଦ୍ୱାର ସମ୍ମୁଖରେ ତିନି ରଥ : ବିନା ଭକ୍ତରେ ଆଜି ହେବ ମହାପ୍ରଭୁଙ୍କ ସୁନାବେଶ

0
179

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ,(୨୧/୦୭) : ତିନି ରଥ ଏବେ ସିଂହଦ୍ୱାର ସମ୍ମୁଖରେ । ଆଜି ହେବ ଶ୍ରୀଜୀଉଙ୍କ ସୁନାବେଶ,ମହଣ ମହଣ ସୁନାରେ ସଜେଇ ହେବେ ୩ ଠାକୁର । ଏହା ପରେ ଭାଇ, ଭଉଣୀଙ୍କୁ ଧରି ଶ୍ରୀମନ୍ଦିରକୁ ବାହୁଡ଼ିଯିବେ ମହାବାହୁ ।BAhuda Yatra 1618468862 ସିଂହଦ୍ୱାର ସମ୍ମୁଖରେ ତିନି ରଥ : ବିନା ଭକ୍ତରେ ଆଜି ହେବ ମହାପ୍ରଭୁଙ୍କ ସୁନାବେଶ

ଜନ୍ମବେଦୀରେ ଲୀଳାଖେଳା ସାରି ଗତକାଲି ନୀଳକନ୍ଦର ଫେରିଛନ୍ତି ମହାବାହୁ । ଆଜି ସିଂହଦ୍ୱାର ସମ୍ମୁଖରେ ରଥ ଉପରେ ହେବ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର । ତେବେ କୋଭିଡ କଟକଣା ଯୋଗୁଁ ଏଥର ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସୁନାବେଶ ହେବ ।

ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ସୁରୁଖୁରୁରେ ସରିଛି ବାହୁଡାଯାତ୍ରା । କୋଭିଡ୍ କଟକଣା ସତ୍ତ୍ୱେ ଶୃଙ୍ଖଳିତ ନୀତିକାନ୍ତି ପାଇଁ ନିର୍ଦ୍ଧାରିତ ସମୟ ଆଗରୁ ସିଂହଦ୍ୱାର ସମ୍ମୁଖରେ ଲାଗିଥିଲା ୩ ରଥ ।

ଏପଟେ ସୁନାବେଶ ପାଇଁ ସହରର କିଛି ସ୍ଥାନରେ କର୍ଫ୍ୟୁ ବଳବତ୍ତର ରହିଛି । ମାର୍କେଟ୍ ଛକ, କାକୁଡି ଖାଇ ଛକ ସମେତ ଶ୍ରୀମନ୍ଦିର ସହ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ୧୪୪ ଧାରା ଜାରି କରାଯାଇଛି । ଏହା ଆସନ୍ତା ୨୪ ତାରିଖ ସକାଳ ୬ଟା ଯାଏଁ ଜାରି ରହିବ । ଶ୍ରୀଜିଉଙ୍କ ସୁନାବେଶ, ଅଧରପଣା ଏବଂ ନିଳାଦ୍ରୀ ବିଜେ ପାଇଁ ନିୟମ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି । ଏସବୁ ଅଞ୍ଚଳକୁ ଛାଡିଦେଲେ ପୁରୀ ପୌରାଞ୍ଚଳର ଅନ୍ୟ ସମସ୍ତ ଅଞ୍ଚଳରୁ କର୍ଫ୍ୟୁକୁ ହଟାଇ ଦିଆଯାଇଛି ।

ପୁରୀ ବେଳାଭୂମିର ଝୁରା ବାଲିରେ ଜଗତରନାଥ ଜଗନ୍ନାଥଙ୍କ ସୁନାବେଶର ଏକ ପ୍ରତିକୃତି ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ସେପଟେ ବାଲୁକା ଆନିମେସନରେ ପ୍ରଭୁ ଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ବଡ ଭାଇ ବଳଭଦ୍ରଙ୍କୁ ସୁନାବେଶରେ ଦର୍ଶାଇଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ଏହାକୁ ତିଆରି କରିବାକୁ ତାଙ୍କୁ ୨ ଘଣ୍ଟା ସମୟ ଲାଗିଥିଲା । puri 3 1 ସିଂହଦ୍ୱାର ସମ୍ମୁଖରେ ତିନି ରଥ : ବିନା ଭକ୍ତରେ ଆଜି ହେବ ମହାପ୍ରଭୁଙ୍କ ସୁନାବେଶ

ଏ ବର୍ଷ ବଡଦାଣ୍ଡରେ ଘର ହୋଇ ମଧ୍ୟ ଠାକୁରଙ୍କୁ ଦେଖିବାରୁ ବଞ୍ଚିତ ହୋଇଥିବାରୁ ନିଜ ବାଲୁକା କଳା ମାଧ୍ୟମରେ ନିଜେ ଦର୍ଶନ କରିବା ସହ ଜଗନ୍ନାଥ ପ୍ରେମୀଙ୍କୁ ଶ୍ରୀଜିଉଙ୍କ ସୁନାବେଶର ଦର୍ଶନ କରାଇଛନ୍ତି ।