ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ତରଫରୁ ମମିତା ହତ୍ୟାକାଣ୍ଡର ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

0
168

ରିପୋର୍ଟ : ସନ୍ତୋଷ ନାୟକ //
ବଲାଙ୍ଗୀର, ତା(୨୭/୧୨) : ବଲାଙ୍ଗୀର ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ତରଫରୁ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା କାଣ୍ଡ ମାମଲାରେ ଜଡିତ ଅଭିଯୁକ୍ତ ଙ୍କୁ ଗିରଫ ସହ ମୃତା ମମିତା ଙ୍କ ପରିବାର ଲୋକଙ୍କୁ ନ୍ୟାୟ ପ୍ରଦାନ ଦାବୀ2638db04 780e 479a a666 881e661b4c8e ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ତରଫରୁ ମମିତା ହତ୍ୟାକାଣ୍ଡର ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ସହ ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିୟନ୍ତ୍ରଣ ପ୍ରଚେଷ୍ଟାରେ ସରକାର ନିଷ୍କ୍ରିୟତା ବିରୋଧରେ ସ୍ଥାନୀୟ ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତି ଯୋଗୁଁ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି । ଏହି ଦାବୀପତ୍ର ପ୍ରଦାନ ସମୟରେ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ପଙ୍କଜିନୀ ପଣ୍ଡା, ଭାରତୀ ମହାନନ୍ଦଙ୍କ ସମତେ ବହୁ ସଦସ୍ୟା ଉପସ୍ଥିତ ଥିଲେ । ମହାମହିମ ରାଜ୍ୟପାଳ ଙ୍କ ଉଦେଶ୍ୟ ରେ ପ୍ରଦାନ କରାଯାଇ ଥିବା ଦାବି ପତ୍ର କୁ ନେଇ ଯଥା ଶୀଘ୍ର ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରା ନ ଯାଏ, ତେବେ ଆଗାମୀ ଦିନରେ ଆନ୍ଦୋଳନ ଅଧିକ ତୀବ୍ରତର କରାଯିବ ବୋଲି ଚେତାବନୀ ଦିଆଯାଇଥିବା ପ୍ରକାଶ ପାଇଛି ।