Friday, March 29, 2024

Top 5 This Week

Related Posts

ମୋ ସରକାର କାର୍ଯ୍ୟକ୍ରମ ର ସମୀକ୍ଷା ଅବସରରେ କାର୍ଯ୍ୟରେ ସନ୍ତୋଷ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୨୯/୧୨) : ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମ ର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀ ମାନଙ୍କୁ ବାର୍ତ୍ତା ପ୍ରଦାନ କରିଛନ୍ତି ।

ସେ କହିଛନ୍ତି ଯେ, କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟା ର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବର୍ତ୍ତନ କରିବାକୁ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମ ଦୁଇ ବର୍ଷ ଧରି ଆରମ୍ଭ ହୋଇଛି । ପ୍ରଶାସନିକ ସ୍ତରରେ ସରକାରଙ୍କ ଏହି ରୂପାନ୍ତର ଉଦ୍ୟମ ଜନସାଧାରଣଙ୍କ ମଧ୍ୟରେ ସରକାରଙ୍କ ସପକ୍ଷରେ ବିଶ୍ୱାସ ସୃଷ୍ଟି କରିପାରିଛି ।

ଏହି ପ୍ରକ୍ରିୟା ବର୍ତ୍ତମାନ ରାଜ୍ୟ ସରକାରଙ୍କ ବିଭିନ୍ନ ପଦାଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛି ।

Popular Articles