Thursday, March 28, 2024

Top 5 This Week

Related Posts

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ରିପୋର୍ଟ : ପ୍ରଶାନ୍ତ ମାଝୀ //
ଭୁବନେଶ୍ୱର, (୩୦/୧୨) : ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି ।Odisha CM Condoles Kishore Mohantys demise ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପୂର୍ବତନ ବାଚସ୍ପତି କିଶୋର ମହାନ୍ତି ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ । ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକ ମାନଙ୍କ ସମ୍ମାନର ଅଧିକାରୀ ହୋଇପାରିଥିଲେ । ମନ୍ତ୍ରୀ ତଥା ବିଧାୟକ ଭାବରେ ଓଡିଶା ର ବିକାଶ ପାଇଁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି । ପଶ୍ଚିମ ଓଡିଶା ବିକାଶ ପରିଷଦ ର ଅଧ୍ୟକ୍ଷ ଭାବରେ ମଧ୍ୟ ସେ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ।

ପଶ୍ଚିମ ଓଡିଶାରେ ବିଜୁ ଜନତା ଦଳ ର ସାଂଗଠନିକ କାର୍ଯ୍ୟକ୍ରମ କୁ ଦୃଢ ନେତୃତ୍ବ ଦେଇଥିଲେ । ସେବା ଓ ପ୍ରତିବଦ୍ଧତା ତାଙ୍କ ବ୍ୟକ୍ତିତ୍ବ ର ଅନନ୍ୟ ଦିଗ ଥିଲା । ପରଲୋକ ଗତ ଆତ୍ମା ର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗ ଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

Popular Articles