-5.7 C
Innichen
Saturday, January 22, 2022

ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ଦେହାନ୍ତ

ରିପୋର୍ଟ : ସୁଭାସିସ ନାୟକ //
ଭୁବନେଶ୍ୱର, (୧୧/୦୧) : ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ଦେହାନ୍ତ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଯାଇଛି । ତାଙ୍କ ପରଲୋକରେ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା ।

ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ପ୍ରଥମ ବ୍ୟବସାୟିକ ଫିଲ୍ମ ‘ମଥୁରା ବିଜୟ’ ୧୯୭୯ ମସିହାରେ ରିଲିଜ ହୋଇଥିଲା । ସେହି ଫିଲ୍ମ ତାଙ୍କୁ ରାତାରାତି ଷ୍ଟାର ସଜାଇ ଦେଇଥିଲା । ସେ ତିନି ଦଶନ୍ଧି ଧରି ଓଲିଉଡ୍‌ରେ ରାଜ୍‌ କରୁଛନ୍ତି । ‘ଲକ୍ଷ୍ମୀ ପ୍ରତିମା’ ପାଇଁ ୧୯୯୮ ଓ ‘ଫେରିଆ ମୋ ସୁନା ଭଉଣୀ’ ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ମିଳିଥିଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ଠିକ୍‌ ସେହିପରି ଶ୍ରେଷ୍ଠ ସହ କଳାକାର ଭାବେ ମଧ୍ୟ ଅନେକ ଫିଲ୍ମ ପାଇଁ ତାଙ୍କୁ ପୁରସ୍କୃତ କରାଯାଇଛି । ୨୦୦୨ ରେ ‘ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ’ ଓ ୨୦୧୦ ରେ ପ୍ରେମ ଅଢ଼େଇ ଅକ୍ଷର ପାଇଁ ତାଙ୍କୁ ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଏହାଛଡ଼ା ୧୯୯୯ରେ ବିଧାତା ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଓ୨୦୦୭ ରେ ‘ମୁଁ ତତେ ଲଭ୍‌ କରୁଛି’ ଫିଲ୍ମ ପାଇଁ ଶ୍ରେଷ୍ଠ ହାସ୍ୟ ଅଭିନେତା ପୁରସ୍କାରରେ ତାଙ୍କୁ ସମ୍ମାନୀତ କରାଯାଇଛି ।

ଓଲିଉଡ୍‌ର କାକା ଭାବେ ପରିଚିତ ଭେଟ୍‌ରାନ୍‌ ଅଭିନେତା ମିହିର ଦାସଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ । ପିଲା ବେଳେ କଳା ପ୍ରତି ତାଙ୍କର ଦୁର୍ବଳତା ଥିଲା । ସେ ପ୍ରଥମେ ଆର୍ଟ ଫିଲ୍ମରେ ଅଭିନୟ କରିଥିଲେ । ତାହା ଥିଲା ‘ସ୍କୁଲ୍‌ ମାଷ୍ଟର’ । ଯାହା ତାଙ୍କୁ ଆଗକୁ ବଢ଼ିବା ପାଇଁ ରାସ୍ତା ଦେଖାଇଥିଲା । ତା’ପରେ ସେ ଗୋଟିଏ ପରେ ଗୋଟିଏ ହିଟ୍‌ ବ୍ୟବସାୟିକ ଫିଲ୍ମରେ ଅଭିନୟ କରି ଓଲିଉଡ୍‌ରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ।

Related Articles

Stay Connected

0FansLike
3,129FollowersFollow
19,100SubscribersSubscribe
- Advertisement -spot_img

Latest Articles