Friday, March 29, 2024

Top 5 This Week

Related Posts

ପବିତ୍ର ମକର ସଂକ୍ରାନ୍ତି ପର୍ବ ଉପଲକ୍ଷେ ସୂର୍ଯ୍ୟ ନମସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ

ରିପୋର୍ଟ : ଶୁଭମ ପାଣୀ
ଢେଙ୍କାନାଳ, (୧୫/୦୧) : ଓଡ଼ିଶା ସରକାର ଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପବିତ୍ର ମକର ସଂକ୍ରାନ୍ତି ପର୍ବ ଉପଲକ୍ଷେ ସୂର୍ଯ୍ୟ ନମସ୍କାର କାର୍ଯ୍ୟକ୍ରମ ରେ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭାଗ ନେଇଥିଲା ।

ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକୃତି ବନ୍ଧୁ ହରିହର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଜି ଜାନୁଆରୀ ମାସ ଚଉଦ ତାରିଖରେ ପବିତ୍ର ମକର ସଂକ୍ରାନ୍ତି ପର୍ବ ଉପଲକ୍ଷେ ଭର୍ଚୁଆଲ ମୋଡ଼ ରେ ସୂର୍ଯ୍ୟ ନମସ୍କାର କାର୍ଯ୍ୟକ୍ରମ ରେ ସାଇ କ୍ରିଷ୍ନ ପୋଥାଳ, ପ୍ରିୟ ଦର୍ଶିନୀ ବିହାରୀ, ସ୍ଵର୍ଣ୍ଣଲତା ସାହୁ ସମେତ ବିଦ୍ୟାଳୟ ର ଅନେକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ପ୍ରକୃତି ବନ୍ଧୁ ଶ୍ରୀ ହରିହର ସାହୁ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ସ୍ବାଗତ କରିଥିଲେ ଓ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବାରୁ ଧନ୍ୟବାଦ ଅର୍ପଣ କରିଥିଲେ ।

Popular Articles