ରାଜ୍ୟରେ ୨୪ ଘଣ୍ଟାରେ ୧୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ : ୬୭ ଜଣଙ୍କ ମୃତ୍ୟୁ

0
195

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର,(୨୫/୦୭) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲାବେଳେ ବାକି ୭୭୧ଟି ହେଉଛି ଲୋକାଲ୍ କେସ୍‌ । ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣଙ୍କ ସଂପର୍କରେ ସୂଚନା ଦିଆଯାଇଛି । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨କୁ ବୃଦ୍ଧି ପାଇଛି ।

ନୂଆ କରୋନା ଆକ୍ରାନ୍ତ ଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୦ ଜଣ ଥିବା ବେଳେ କଟକରୁ ୨୪୩, ପୁରୀରୁ ୧୩୯, ବାଲେଶ୍ୱରରୁ ୧୨୯ ଓ ଯାଜପୁରରୁ ୧୧୦,ଅନୁଗୋଳରୁ ୭୭, ବରଗଡ଼ରୁ ୧୦, ଭଦ୍ରକରୁ ୮୯, ବଲାଙ୍ଗିରରୁ ୨, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧୩, ଗଜପତିରୁ ୧୬, ଗଞ୍ଜାମରୁ ୯, ଜଗତସିଂହପୁରରୁ ୬୧, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୬, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୮୭, କେନ୍ଦୁଝରରୁ ୨୪, କୋରାପୁଟରୁ ୯, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୫୯, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨୮, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୨୩, ସୋନପୁରରୁ ୧୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି ।

୧୮୩୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୪୩ ହଜାର ୬୯ ଜଣ ସୁସ୍ଥ ହୋଇସାରିଛନ୍ତି । ୧୮ ହଜାର ୯୧୪ ଜଣ ଚିକିତ୍ସାଧୀନ ରହିଛନ୍ତି ।

୬୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪ ଜଣ, ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ ଲେଖାଏଁ ଥିବା ବେଳେ ସୁନ୍ଦରଗଡ଼ରୁ ୬, ପୁରୀରୁ ୫, ମୟୂରଭଞ୍ଜ ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଓ ନୂଆପଡ଼ାରୁ ଜଣେ ଲେଖାଏଁ ଅଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୨୨୯, ଦେବଗଡ଼ରେ ୩୭, ଢେଙ୍କାନାଳରେ ୧୦୮, ଗଞ୍ଜାମରେ ୪୨୭, ଯାଜପୁରରେ ୬୦, ଝାରସୁଗୁଡ଼ାରେ ୧୪୦, କନ୍ଧମାଳରେ ୬୭, କେନ୍ଦ୍ରାପଡ଼ାରେ ୧୨୬, କେନ୍ଦୁଝରରେ ୧୧୬, ମାଲକାନଗିରିରେ ୪୪, ମୟୂରଭଞ୍ଜରେ ୨୦୨, ନୂଆପଡ଼ାରେ ୭୭, ପୁରୀରେ ୩୩୩ ଓ ସୁନ୍ଦରଗଡ଼ରେ ୪୬୯କୁ ବୃଦ୍ଧି ପାଇଛି।