ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ : ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

0
166
ରାଜ୍ୟରେ ସୁସ୍ଥ

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୨୩ /୦୧) : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେ ଧିରେ ଖସୁଥିବା ବେଳେ ରାଜ୍ୟରେ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଇଛି ।

ରବିବାର ରାଜ୍ୟ ରେ ୧୦ ହଜାର ପାର୍‌ କରିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ସୁସ୍ଥ ହେଲେ ୧୦,୮୪୧ ଜଣ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୧ ଲକ୍ଷ ୧୦ ହଜାର ୭୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ସାରିଲେଣି । ଏ ନେଇ ଟ୍ୱିଟ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ରହିଥିବା ବେଳେ ସୁନ୍ଦରଗଡ ରୁ ୧୪୪୫ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲା ଗୁଡିକରେ ସୁସ୍ଥ ହାର ଏକ ହଜାର ତଳେ ରହିଛି ।