ଆଜିଠୁ କମିବ ଶୀତ : ୪ ରେ ହେଇପାରେ କୁଆପଥର ବର୍ଷା

0
119
ଆଜିଠୁ କମିବ ଶୀତ

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୦୧/୦୨) : ଆଜିଠୁ କମିବ ଶୀତ କମିବ, ୪ରେ ହେଇପାରେ କୁଆପଥର ବର୍ଷା ! ଆଗାମୀ ୩ ରୁ ୪ ଦିନ ମଧ୍ୟରେ ରାତିର ତାପମାତ୍ରା ୩ ରୁ ୫ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ତେଣୁ ଆଜିଠାରୁ ଶୀତ କମିବ । କିନ୍ତୁ କୁଆପଥର ବର୍ଷା ହୋଇପାରେ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ର ନିର୍ଦ୍ଦେଶ ଡକ୍ଟର ଏଚ୍‌.ଆର୍‌. ବିଶ୍ୱାସ କହିଛନ୍ତି, ଆଜିଠୁ କମିବ ଶୀତ । ଆଜିଠାରୁ ଫେବ୍ରୁଆରୀ ଦୁଇ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ୩ ତାରିଖ ସନ୍ଧ୍ୟା ଓ ରାତିରେ ଉତ୍ତର ଓଡ଼ିଶାରେ କେତେକ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର ଜିଲ୍ଲାରେ ବର୍ଷା ହେବାର ଆଶଙ୍କା ରହିଛି । ଏହାଛଡ଼ା ଉତ୍ତର ଓଡ଼ିଶାରେ କେତେକ ଜିଲ୍ଲାରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି । କୁଆପଥର ବର୍ଷା ନେଇ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି ବୋଲି ବିଶ୍ୱାସ କହିଛନ୍ତି ।

ପଶ୍ଚିମା ଝଡ଼ ପ୍ରଭାବରେ ଫେବ୍ରୁଆରୀ ୪ ତାରିଖରେ ସୁନ୍ଦରଗଡ଼, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଫେବ୍ରୁଆରୀ ୪ ତାରିଖରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, କଟକ, ଯାଜପୁର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ବାଲେଶ୍ୱର ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା କରାଯାଉଛି । ଏହାଛଡ଼ା ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା କରାଯାଉଛି ।

ଦକ୍ଷିଣ ଓଡ଼ିଶାରେ କେତେକ ଜିଲ୍ଲାରେ କିଛି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ମୁଖ୍ୟତଃ ଉତ୍ତର ଓଡ଼ିଶାରେ ବେଶୀ ବର୍ଷା ହୋଇପାରେ । ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢ଼େଙ୍କାନାଳ, କଟକ, ଯାଜପୁର, ମୟୂରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଡକ୍ଟର ବିଶ୍ୱାସ କହିଛନ୍ତି ।

ଫେବ୍ରୁଆରୀ ୧ ଓ ୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଜିଲ୍ଲାରେ ହୋଇପାରେ । ସେହିପରି ୩ ତାରିଖ ସକାଳେ ଉପକୂଳ ଓଡ଼ିଶାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ବାକି ଜିଲ୍ଲାରେ ମଧ୍ୟମ ଧରଣ ର କୁହୁଡି ହେବାର ସମ୍ଭାବନା ରହିଛି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।