ଆସନ୍ତା ମାର୍ଚ୍ଚ ମାସ ୧୨ ତାରିଖରେ ରାୟଗଡ଼ା ଜିଲ୍ଲା ରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ

0
209
ଆସନ୍ତା ମାର୍ଚ୍ଚ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, ତା.(୧୦/୦୨) : ରାୟଗଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଏକ ଜିଲ୍ଲା ସ୍ତରୀୟ ଓ ତାଲୁକା ସ୍ତରୀୟ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ମାର୍ଚ୍ଚ ମାସ ୧୨ ତାରିଖ ଶନିବାର ଦିନ ଅନୁଷ୍ଠିତ ହେବାକୁ ଯାଉଅଛି ।

ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତ ରେ ବିଚାରାଧୀନ ମକଦ୍ଦମା ଯଥା ଦେୱାନୀ, ଫୌଜଦାରୀ, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନସ ମାମଲା ଇତ୍ୟାଦି ର ଆପୋଷ ସହମତି ରେ ସମାଧାନ କରା ଯାଇପାରିବ l ଆସନ୍ତା ମାର୍ଚ୍ଚ ମାସ ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଚାରାଧୀନ ମକଦ୍ଦମା ସହ ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତ ରେ ପ୍ରାକ ମକଦ୍ଦମା ସ୍ତରୀୟ ତଥା କଚେରୀ ରେ ଦାୟର ହୋଇ ନଥିବା ବିବାଦ ର ମଧ୍ୟ ସମାଧାନ କରାଯାଇ ପାରିବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ କୁମାରୀ ନିବେଦିତା ପଣ୍ଡା ସୂଚନା ଦେଇଛନ୍ତି l

ଲୋକ ଅଦାଲତ ରେ କୌଣସି ପ୍ରକାର ଆର୍ଥିକ ବ୍ୟୟ କରିବାକୁ ପଡ଼ୁ ନ ଥିବାରୁ ଜନ ସାଧାରଣ ଉକ୍ତ ଲୋକ ଅଦାଲତ ର ସୁଯୋଗ ନେବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୂଚନା ଦିଆ ଯାଇଛି l