ଆଜି ରାଜ୍ୟରେ ଆଉ ୨୪ ଆକ୍ରାନ୍ତଙ୍କ ପ୍ରାଣହାନୀ : ମୃତ୍ୟୁ ସଂଖ୍ୟା ୮ ହଜାର ୮୬୨ କୁ ବୃଦ୍ଧି

0
161
ଆଜି ରାଜ୍ୟରେ ଆଉ

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ଵର, (୧୨/୦୨) : ଆଜି ରାଜ୍ୟରେ ଆଉ ୨୪ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି । ଏହି ୨୪ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୮୬୨ ଜଣଙ୍କ ମୃତ୍ୟୁ ହୋଇଛି ।

ଆଜି ରାଜ୍ୟରେ ଆଉ ୨୪ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ ଏବଂ ଭଦ୍ରକ ଓ ମୟୂରଭଞ୍ଜରୁ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେହିଭଳି ବରଗଡ, ପୁରୀ, ନବରଙ୍ଗପୁର ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି ।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୧୧୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୩ ହଜାର ୯୧୪ ଏବଂ ବର୍ତ୍ତମାନ ୧୩ ହଜାର ୨୮୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।