ଦେଶରେ ଗତ ୨୪ ଘଣ୍ଟାରେ ବାହାରିଲେ ୪ ହଜାରରୁ ଅଧିକ କରୋନା ପଜିଟିଭ୍ : ୬୬ ମୃତ

0
123
ଦେଶରେ ଗତ ୨୪

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆଦିଲ୍ଲୀ, (୦୭/୦୩) : କମୁଛି କରୋନା ଗ୍ରାଫ୍ । ଦେଶରେ କମୁଛି ସଂକ୍ରମଣ । ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ଦେଶରେ ଗତ ୨୪ ଘଣ୍ଟାରେ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪,୩୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୬ ଛୁଇଁଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୯ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୫୪,୧୧୮ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୩ ଲକ୍ଷ ୯୮ ହଜାର ୯୫ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୫ ହଜାର ୧୦୨ ସଂକ୍ରମିତ ପ୍ରାଣ ହରାଇଛନ୍ତି ।