ଚିଲିକା ବିଧାୟକ ଙ୍କ ଗାଡ଼ି ଚଢ଼ାଇବା ଘଟଣାକୁ ନେଇ ଏପରି କହିଲେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ

0
187
ଚିଲିକା ବିଧାୟକ

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୧୩/୦୨) : ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ନିର୍ବାଚିତ ପ୍ରତିନିଧି ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ନୀରିହ ଜନତା ଓ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରୋଶ ମୂଳକ ଭାବେ ଗାଡ଼ି ଚଢ଼ାଇଦେବା ଘଟଣା ର ଦୃଶ୍ୟ ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଶ୍ରୀ ପ୍ରଧାନ ଏହି ଘଟଣାରେ ଆହତ ଓ ସଙ୍କଟାପନ୍ନ ଥିବା ବ୍ୟକ୍ତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେ ଟ୍ୱିଟ୍ କରିଛନ୍ତି ଯେ ଜଣେ ବିଧାୟକ ଅମାନୁଷିକ ଭାବରେ ସର୍ବସାଧାରଣରେ ଜନତା ଓ ପୋଲିସ କର୍ମଚାରୀଙ୍କ ଉପରେ ନିଜେ ଗାଡ଼ି ଚଲାଇ ଗାଡ଼ି ଚଢ଼ାଇବା ସମ୍ଭବତଃ ଓଡ଼ିଶାରେ ପ୍ରଥମ । ଚିଲିକା ବିଧାୟକ ଙ୍କ ଗାଡ଼ି ଚଢ଼ାଇବା ଘଟଣାକୁ ଯେତେ କଡ଼ା ଶବ୍ଦରେ କହିଲେ ବି କମ୍ ହେବ ।

ରାଜ୍ୟ ପ୍ରଶାସନ ଏହି ଘଟଣାକୁ ଗୁରୁତ୍ୱ ର ସହ ନେଇ ତୁରନ୍ତ ଦୃଢ଼ରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ । ପଞ୍ଚାୟତ ନିର୍ବାଚନ ସମୟରେ ଶାସକ ଦଳ ର ହିଂସାତ୍ମକ କାର୍ଯ୍ୟ ଉପରେ ମୁଁ ଉଦବେଗ ପ୍ରକାଶ କରିଥିଲି । ରାଜ୍ୟ ପ୍ରଶାସନ ଏ ଘଟଣା ଗୁଡ଼ିକରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଭଳି ଅନୁଭବ ହେଉନାହିଁ ।

ପୌର ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ଅନେକ ସ୍ଥାନରେ ପ୍ରାକ୍ ନିର୍ବାଚନୀ ହିଂସା ଘଟିବା ଚିନ୍ତା ଓ ପରିତାପ ର ବିଷୟ । ଗତକାଲି ବିଳମ୍ବିତ ରାତ୍ରୀରେ ଭୁବନେଶ୍ୱର ଲକ୍ଷ୍ମୀସାଗର ଅଞ୍ଚଳରେ ବିଜେପି କାର୍ଯ୍ୟକର୍ତାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ମୁଁ ନିନ୍ଦା କରୁଛି ।

ଆହତ ହୋଇଥିବା କାର୍ଯ୍ୟକର୍ତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଶାସନ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ । ଗଣତନ୍ତ୍ରରେ ହିଂସା ର ସ୍ଥାନ ନାହିଁ- ଏହା ସ୍ଲୋଗାନ ବଦଳରେ ପ୍ରତିବଦ୍ଧତା ହେବା ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।