ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ କରୋନା ପଜିଟିଭ ଚିହ୍ନଟ

0
169
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ବର, (୨୧/୦୩) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି ।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଗଜପତି ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବୌଦ୍ଧରୁ ୩ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁରରୁ ୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୬ ଜଣ, ମୟୂରଭଞ୍ଜରୁ ୪ ଜଣ, ସମ୍ୱଲପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୧୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୨, ୭୭, ୪୨୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୬୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।