Thursday, March 28, 2024

Top 5 This Week

Related Posts

ରାଜ୍ୟ ରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ //
ଭୁବନେଶ୍ବର, (୨୩/୦୩) : ରାଜ୍ୟ ରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏଥିମଧ୍ୟରୁ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି । ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ରାଜ୍ୟ ରେ ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ ଜଣ, କଟକରୁ ୩ ଜଣ, ଗଜପତିରୁ ୪ ଜଣ, ଯାଜପୁରରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୩ ଜଣ, ନୟାଗଡ଼ରୁ ୧ ଜଣ, ସମ୍ୱଲପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ ଓ ଷ୍ଟେଟପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୨୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୨, ୭୭, ୫୮୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୩୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Popular Articles