ଆସୁଛି ଆଉ ଏକ ଲଘୁଚାପ : ୨୪ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ରୂପ ନେବ

0
192
ଆସୁଛି ଆଉ ଏକ

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୦୪/୦୪) : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଆସୁଛି ଆଉ ଏକ ଲଘୁଚାପ ଓ ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗ ପକ୍ଷରୁ କୁହାଯାଇଛି ଯେ, ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୨୪ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଣ୍ଡାମାନ ସାଗର ଆଖପାଖ ଅଞ୍ଚଳରେ ବର୍ଷା ଓ ପବନର ସମ୍ଭାବନା ରହିଛି ।

ତେବେ ଓଡ଼ିଶାରେ ଏହାର ପ୍ରଭାବ କ’ଣ ରହିବ ସେ ନେଇ ସ୍ପଷ୍ଟ ଭାବେ କିଛି କୁହାଯାଇନାହିଁ । ଅନ୍ୟପକ୍ଷରେ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଭ୍ୟନ୍ତରୀଣ ଓଡ଼ିଶାରେ ଆଉ ୪- ୫ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ । କିନ୍ତୁ ଉପକୂଳ ଓଡ଼ିଶାରେ ସାମୁଦ୍ରିକ ବାୟୁ ପ୍ରଭାବରେ ପାଗ ମେଘୁଆ ରହୁଛି ।