ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବଢ଼ିଲା, ଆଜି ପୁଣି ୬୭ ମୃତ : ମୃତ୍ୟୁସଂଖ୍ୟା ୬ ହଜାର ପାର

0
173

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ନ୍ୟୁରୋ //
ଭୁବନେଶ୍ୱର,(୦୨/୦୮) : ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବଢୁଛି । ଆଜି ମୃତ୍ୟୁସଂଖ୍ୟା ୬ ହଜାର ପାର କରିଛି । ରାଜ୍ୟରୁ ଆଉ ୬୭ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୬ ହଜାର ୩୩କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁସାରେ,୧୫ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୭ ଜୀବନ ଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୧୧ ଓ କଟକ ଜିଲ୍ଲାରୁ ୧୦, ପୁରୀରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪, ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି |

ସେହିପରି ବାଲେଶ୍ୱର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଆଉ ୨ ଜଣ, ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।