ହାରୁଛି କରୋନା, ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ଜଣେ କରୋନା ପଜିଟିଭ୍

0
170
ହାରୁଛି କରୋନା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୩/୦୪) : ହାରୁଛି କରୋନା, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୮୦ ଜଣକୁ ବୃଦ୍ଧି ପାଇଛି ।

ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ କ୍ୱାରେଣ୍ଟାଇନ୍‌ ରୁ ରହିଛନ୍ତି । ହାରୁଛି କରୋନା, ସୂଚନାଯୋଗ୍ୟ ଯେ, ରାଜ୍ୟ ରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୭,୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨,୭୮,୭୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟ ରେ ୩,୧୧,୬୧,୪୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।