ଡୁଙ୍ଗୁରିପାଲି ବ୍ଲକ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
166
ଡୁଙ୍ଗୁରିପାଲି ବ୍ଲକ ଠାରେ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୋନପୁର, (୨୫/୪) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଠାରେ ଜିଲ୍ଲା ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି lWhatsApp Image 2022 04 25 at 9.20.29 PM ଡୁଙ୍ଗୁରିପାଲି ବ୍ଲକ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଡୁଙ୍ଗୁରିପାଲି ବ୍ଲକ ଠାରେ ଅତିରିକ୍ତ ଜିଲ୍ଲପାଳ (ରାଜସ୍ୱ) ସୂର୍ଯ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସହ ୧୧୭ ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୦୬ ଟି ସାମୁହିକ ଦରଖାସ୍ତ ୯ ଟି ରହିଥିବା ବେଳେ ୨ ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l

ଗ୍ରହଣ କରାଯାଇଥିବା ୧୧୭ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲା ର ୬୯ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୮ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ବି ଡି ଓ ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପିଡି. ଡି.ଆର.ଡି.ଏ ଡୋଳାମଣି ପଟେଲ, ଉପ ଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କଁହର, ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ l