ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
173
ବୀରମହାରାଜପୁର

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୋନପୁର, (୨/୫) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l

ବୀରମହାରାଜପୁର ଠାରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ (ରାଜସ୍ୱ) ସୂର୍ଯ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୦ ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ lWhatsApp Image 2022 05 02 at 8.36.24 PM ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ଟି, ସାମୁହିକ ଦରଖାସ୍ତ ୧୪ଟି ରହିଥିବା ବେଳେ, ଗୋଟିଏ ରେଡ଼କ୍ରସ, ଗୋଟିଏ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୬୦ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୫୧ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୯ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବି ଡି ଓ ବୀରମହାରାଜପୁର ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ, ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା ବୀରମହାରାଜପୁର ଶାନ୍ତି ଲୁହା, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ ଓ ସାମ୍ବାଦିକମାନେ ପ୍ରମୁଖ ଯୋଗଦାନ କରିଥିଲେ l