ଛଅ କେଜି ଗଞ୍ଜେଇ ସହ ଜଣେ ଅଭିଯୁକ୍ତ ଗିରଫ

0
135
ଛଅ କେଜି

ରିପୋର୍ଟ : ସନ୍ତୋଷ କୁମାର ନାୟକ
ବଲାଙ୍ଗୀର/ପାଟଣାଗଡ଼, ତା(୧୧/୦୫) : ପାଟଣାଗଡ ଉପଖଣ୍ଡ ଅଧିନସ୍ଥ ଡୁମେରପଦର ଗ୍ରାମରେ ମଙ୍ଗଳବାର ଅବକାରୀ ବିଭାଗ ଚଢାଉ କରି ୬ କେଜି ଗଞ୍ଜେଇ ଜବତ କରିବା ସହ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ଗିରଫ ଅଭିଯୁକ୍ତ ଜଣକ ଉକ୍ତ ଗ୍ରାମ ର କଂସ ଗଉଡ (୪୦) ବୋଲି ଜଣା ପଡିଛି । ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କା ହେବ ବୋଲି ସୂଚନା ରହିଛି । ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲକୁ ପଠାଇ ଦିଆଯାଇଛି ବୋଲି ପାଟଣାଗଡ ଅବକାରୀ ବିଭାଗ ତରଫରୁ ସୂଚନା ଦିଆଯାଇଛି ।