ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୨୦୨ କରୋନା ପଜିଟିଭ୍

0
150
ଦେଶରେ ବଢୁଛି ସଂକ୍ରମଣ

ରିପୋର୍ଟ : ରାମନାଥ ଗନ୍ତାୟତ
ନୂଆଦିଲ୍ଲୀ, (୧୬/୦୫) : ଉପର ତଳ କରୋନା ଗ୍ରାଫ୍ । ଦେଶରେ ବଢୁଛି ସଂକ୍ରମଣ । ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି ।

ଦେଶରେ ବଢୁଛି ସଂକ୍ରମଣ ! ମୃତ୍ୟୁସଂଖ୍ୟା ବି ବଢିଛି : ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୭,୩୧୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୮୨ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫,୨୪,୨୪୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।