ତରଭା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
162
ତରଭା ବ୍ଲକ

୭୫ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ : ତୁରନ୍ତ ସମାଧାନ ହେଲା ୩୯ଟି ଅଭିଯୋଗ
ରିପୋର୍ଟ : ଧ୍ରୁବରାଜ ମିଶ୍ର //
ସୁବର୍ଣ୍ଣପୁର, (୧୭/୫) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ଆଜି ହୋଇଯାଇଛି ।

 

ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ତରଭା ବ୍ଲକ ରେ ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୫ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୫ଟି ଓ ସାମୁହିକ ଦରଖାସ୍ତ ୨୦ଟି ଗ୍ରହଣ କରାଯାଇଛି l

ଗ୍ରହଣ କରାଯାଇଥିବା ୭୫ଟି ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୩୯ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୬ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବି ଡି ଓ ତରଭା ବିନୟ ପଟେଲ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦେଶକ, ଡି ଆର ଡି ଏ ଡୋଳାମଣି ପଟେଲ, ଉପ ଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କଁହର, ବ୍ଲକ ଅଧ୍ୟକ୍ଷ ସରୋଜ କୁମାର କମ୍ପ, ବ୍ଲକ ଉପାଧକ୍ଷ ହେମନ୍ତ କୁଅଁର, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକମାନେ ପ୍ରମୁଖ ଯୋଗଦାନ କରିଥିଲେ l