ଆଜି ଦେଶରେ ୨,୩୬୪ ଜଣ କୋଭିଡ୍-୧୯ ଆକ୍ରାନ୍ତ : ୧୦ ଜଣ ମୃତ

0
178
ଆଜି ଦେଶରେ

ରିପୋର୍ଟ : ରାମନାଥ ଗନ୍ତାୟତ
ନୂଆଦିଲ୍ଲୀ, (୧୯/୦୫) : ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇ ୨୦୦୦ ଟପି ଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୬୪ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୦ ମୃତ୍ୟୁ ରେକର୍ଡ କରାଯାଇଛି ।

ଆଜି ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୩୬୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୨୯,୫୬୩ ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୧୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୩୦୩ ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୫୮୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୮୯,୮୪୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୪୧୯ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୧,୭୯,୯୬,୯୦୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୫୪,୦୪,୧୭୨ ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୪,୭୭,୫୭୦ଟି ନମୁନା ।