ହରଭଙ୍ଗା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

0
159
ହରଭଙ୍ଗା ବ୍ଲକରେ ଜିଲ୍ଲାପାଳ

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ, (୦୬/୦୬) : ସୋମବାର ଦିନ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।

ହରଭଙ୍ଗା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ସମୁଦାୟ ୮୪ ଗୋଟି ଆପତ୍ତି ଅଭିଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ୭୭ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବା ବେଳେ ୭ ଗୋଟି ବିଭିନ୍ନ ଗ୍ରାମ ର ସାମୁହିକ ମାମଲା ରହିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୩୧ ଗୋଟି ଅଭିଯୋଗକୁ ଫଇସଲା କରାଯାଇଥିବା ବେଳେ ୯ ଗୋଟି ଅଭିଯୋଗ ସମ୍ପର୍କରେ ଅନୁଧ୍ୟାନ କରାଯାଇ ତୁରନ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮୫ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥିଲା ।

ଏହି ଶିବିରରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସନତ କୁମାର ନାଏକ ଓ ସମସ୍ତ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଶିବିରକୁ ଜିଲା ଜରୂରୀକାଳୀନ ଅଧିକାରୀ ଅବନୀକାନ୍ତ ସାହୁ, ହରଭଙ୍ଗା ବିଡିଓ ସ୍ମିତା ରଥ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ପରିଚାଳନା କରିଥିଲେ ।