ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
148
ଡୁଙ୍ଗୁରିପାଲି ବ୍ଲକ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୬/୫) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବ୍ଲକର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2022 06 06 at 9.00.38 PM ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଡୁଙ୍ଗୁରିପାଲି ବ୍ଲକ ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ସମ୍ମିଳିତ ୭୦ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୬ ଗୋଟି ଓ ସାମୁହିକ ଦରଖାସ୍ତ ୦୪ ଟି ଗ୍ରହଣ କରାଯାଇଛି l

ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲା ର ୨୬ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୪ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବି ଡି ଓ, ତ୍ରିପୁରା ମହାନନ୍ଦ ଙ୍କ ତତ୍ତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦ୍ଦେଶକ ଡି.ଆର.ଡି.ଏ ଡୋଳାମଣି ପଟେଲ, ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷା ଅହଲ୍ୟା ସାହୁ, ଉପାଧ୍ୟକ୍ଷ ମକରଧ୍ବଜ ସାହୁ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l